ଦେଶରେ ୫୦ ହଜାର ୧୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଅନ୍ୟପଟେ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଥିବା ବେଳେ ଦ୍ରୁତ ଗତିରେ ଆରୋଗ୍ୟ ହେଉଛନ୍ତି।

ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୬୮,୧୫୪ ରହିଛି। ସେହିପରି ୭୦,୭୮,୧୨୩ ଲୋକ ଆରୋଗ୍ୟ ଲାଭ କାରିଛନ୍ତି।ଆଉ ୫୦ହଜାର ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮,୬୪,୮୧୧ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୫୭୮ଜଣଙ୍କ ମୃତ୍ୟୁ ସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୮,୫୩୪ରେ ପହଞ୍ଚିଛି।