ହାଇଓ୍ୱା ଧକ୍କାରେ ବାଇକ ଆରୋହୀ ମୃତ

ଫୁଲବାଣୀ, ଏନ୍ଏନ୍ଏସ୍:  ଖୋର୍ଦ୍ଧା ଜିଲ୍ଲା   ୧୬ନମ୍ବର ଜାତୀୟ ରାଜପଥ ଗୋଳବାଇ ଛକ ନିକଟରେ ଏକ  ହାଇଓ୍ୱା  ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି।  ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନା ଅନୁଯାୟୀ, ଜଙ୍କିଆରୁ ଖୋର୍ଦ୍ଧା ଅଭିମୁଖେ ଏକ ବାଇକ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ହାଇଓ୍ୱା ଗୋଳବାଇ ଛକରେ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି ।