ପବିତ୍ର ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆଜି ପବିତ୍ର ଦଶହରା ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।ମା’ଦୁର୍ଗାଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କରୋନା କଟକଣା ଭିତରେ ଚାଲିଛି ଜଗତଜନନୀ ମାଆ ଦୁର୍ଗାଙ୍କ ଆରାଧନା । ତେବେ ଏସବୁ ଭିତରେ ଆଜି ବିଜୟା ଦଶମୀ ପାଳିତ ହେଉଛି।