ଭୁବନେଶ୍ୱର, ଏନ୍ଏନ୍ଏସ୍: କରୋନାରେ ଆକ୍ରାନ୍ତ ହୋଇଥିବା ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ଛୁଇଁଛି।
ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୨୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୬୪୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।