ଭୁବନେଶ୍ୱର,ଏନ୍ଏନ୍ଏସ୍: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି। ୨୦୧୭ ମସିହାରେ ଫ୍ରେଣ୍ଡସ୍ ପବ୍ଲିଶର୍ସ ଦ୍ୱାରା ପ୍ରକାଶିତ ତାଙ୍କ କବିତା ପୁସ୍ତକ ‘ସେତେବେଳକୁ ନଥିବି’ ପାଇଁ ସେ ଏହି ସମ୍ମାନ ଲାଭ କରିଛନ୍ତି। କରୋନା ଜନିତ କଟକଣାକୁ ଗୁରୁତ୍ୱ ଦେଇ ଏକ ନିରାଡ଼ମ୍ବର ଓ ସଂକ୍ଷିପ୍ତ ସମାବେଶରେ ଶ୍ରୀ ନାୟକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଛି।
