ଦୁଇଦିନିଆ ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ଏଜେନ୍ସି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଇ ଦିନିଆ ଗସ୍ତରେ ଗୁଜରାଟରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ନର୍ମଦା ଜିଲ୍ଲାର କେଭାଡିଆର ଜଙ୍ଗଲ ସଫାରି ନାମରେ ଜଣାଶୁଣା ସର୍ଦ୍ଦାର ପଟେଲ ପ୍ରାଣୀ ଉଦ୍ୟାନର ଉଦଘାଟନ କରିବେ।