ଦୁର୍ଘଟଣାରେ ଚାଲିଗଲା ୬ ଜୀବନ

ନୂଆଦିଲ୍ଲୀ, ଏଜେନ୍ସି: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଥାଣ୍ଟିକୋଣ୍ଡା ଗାଁରେ ସଡ଼କ ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯାତ୍ରୀମାନେ ଏକ ବିବାହ ଉତ୍ସବରୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିଲା। ତେବେ ଏକ ବୁଲାଣିରେ ରାସ୍ତା ଜମାନିପାରିବାରୁ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିଲା। ସ୍ଥାନୀୟଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲା।