ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଗଲା ଆଉ୧୨ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

 

୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ, ଝାରସୁଗୁଡା,ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣହରାଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୦୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪୯୦୫ଟି ଆକ୍ଟିଭ କେସ ରହିଥିବା ବେଳେ ୨୭୩୮୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।