ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୧୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୪୨୫କୁ ଛୁଇଁଛି।
ସୂଚନା ଅନୁସାରେ ଏହି ନୂଆ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ବରଗଡ଼ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ କଟକ, ଗଞ୍ଜାମ, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି।