ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ହାର କମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ସୁଧାର ଆସୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ସୂଚନା ଅନୁସାରେ କେନ୍ଦୁଝର ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ଜଣ ଏବଂ ବାଲେଶ୍ୱର, ବରଗଡ଼, ବୌଦ୍ଧ, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁଙ୍କ ପ୍ରାଣହାନି ହୋଇଛି।
ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୪୧ରେ ପହଞ୍ଚିଛି। ସେହିପରି ଆଉ ୧୩ ହଜାର ୧୩୧ ଜଣ କରୋନା ରୋଗୀ ଚିକିତ୍ସାଧୀନ ଅଛନ୍ତି।