ମାଲକାନଗିରି ,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ଗତ କିଛିଦିନ ହେଲା କ୍ରମାଗତ ଭାବେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ ହେବାରେ ଲାଗିଛି। ଗତକାଲି ଜିଲ୍ଲାରେ ମାତ୍ର ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ମାତ୍ର ୪ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୪୪କୁ ବୃଦ୍ଧି ପାଇଛି। ଆଜିର ଚିହ୍ନଟଙ୍କ ମଧ୍ୟରେ ପଡ଼ିଆ ବ୍ଲକର ୩ ଜଣ ଓ ଖଇରପୁଟ ବ୍ଲକର ଜଣେ ଥିବା ଜଣାପଡ଼ିଛି। ସୂଚନା ଯୋଗ୍ୟ , ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୫୦୪୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୮୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨୦୫ ଜଣ ଚିକିତ୍ସାଧୀନ ଅଛନ୍ତି।