ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦିନକରେ ଆଉ ୪୭,୯୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୫୫୦ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏହାକୁ ନେଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬,୮୩,୯୧୭ରେ ପହଞ୍ଚିଛି। ସେଥିରୁ ୧,୨୮,୧୨୧ ଜଣଙ୍କ ମୃତ୍ୟୁ ହୋଇସାରିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨,୭୧୮ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୮୦,୬୬,୫୦୨ରେ ପହଞ୍ଚିଛି। ଅନ୍ୟପଟେ ୪,୮୯,୨୯୪ ଜଣ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।