ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୧୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୧୨ଜଣ, ବ୍ରଜରାଜନଗର ପୌରାଞ୍ଚଳରୁ ୨ଜଣ, ଲଖନପୁର ବ୍ଲକରୁ ଜଣେ ଓ କର୍ମିରା ବ୍ଲକ ଅଞ୍ଚଳରୁ ୩ ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ଜଣେ ବ୍ୟକ୍ତି ବାହାର ଜିଲ୍ଲାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶଯୋଗ୍ୟ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୬୧କୁ ବୃଦ୍ଧି ପାଇଥିବା ବେଳେ ୬,୫୫୦ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୫ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୧୭ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।