ଯତୀନ ମହାନ୍ତି ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ନିଯୁକ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲାର ନୂତନ ଜିଲ୍ଲା ସଭାପତି ଭାବେ ଡ଼. ଯତୀନ ମହାନ୍ତିଙ୍କୁ ନିଯୁକ୍ତି କରାଯାଇଛି। ପୂର୍ବରୁ ଜିଲ୍ଲା ସଭାପତି ଥିବା ରଶ୍ମୀରଞ୍ଜନ ମହାପାତ୍ର ବିଭିନ୍ନ ସମୟରେ ଦଳୀୟ ଶୃଙ୍ଖଳା ଭଙ୍ଗ କରୁଥିବା କାରଣରୁ ତାଙ୍କୁ ଦାୟିତ୍ୱ ମୁକ୍ତ କରାଯାଇଛି ବୋଲି ଏକ ପ୍ରେସ ବିବୃତିରେ ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ ଡ. ଯତୀନ ମହାନ୍ତି ପୂର୍ବରୁ ଛାତ୍ର ଜୀବନରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ରାଷ୍ଟ୍ରୀୟ ସମ୍ପାଦକ ଓ ଜବାହାରଲାଲ ନେହୁରୁ ବିଶ୍ୱ ବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନରେ ସାଧାରଣ ସମ୍ପାଦକ ଭାବରେ ନିର୍ବାଚିତ ହୋଇଥିଲେ। ଡ. ମହାନ୍ତି ପୂର୍ବରୁ ମଧ୍ୟ ରାଜ୍ୟ ସମ୍ପାଦକ ଓ ରାଜ୍ୟର ମୁଖପାତ୍ର ଭାବରେ ଦାୟିତ୍ୱ ତୁଲାଇଛନ୍ତି। ତାଙ୍କ ନେତୃତ୍ୱରେ ଜିଲ୍ଲାର ସଂଗଠନ ନିଶ୍ଚିତ ଭାବେ ମଜବୁତ୍ କରାଯାଇପାରିବ ବୋଲି ରାଜ୍ୟ ସଭାପତି ଆଶା ପ୍ରକଟ କରିଛନ୍ତି।