ଖୋର୍ଦ୍ଧା,ଏନ୍ଏନ୍ଏସ୍: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ଅଘଟଣ। ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ ଘଟି ୪ ଜଣ ଯୁବକ ଗୁରୁତର ହୋଇଛନ୍ତି। ଆହତ ଯୁବକ ମାନଙ୍କୁ ପ୍ରଥମେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ବାଣପୁର ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି।
ତେବେ କିଭଳି ବାଣ ଗୁଡ଼ିକ ବିସ୍ଫୋରଣ ହେଲା ତାହା ଜଣାପଡ଼ିନାହିିଁ।