କରୋନାରେ ପ୍ରାଣ ହରାଇଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଖସୁଥିବା ବେଳେ ମୃତ୍ୟୁ ସଂଖ୍ୟା ୨ ଅଙ୍କ ତଳକୁ ଖସିବାର ନା ନେଉନାହିଁ। ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଫଳରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୪୯୫ରେ ପହଞ୍ଚିଛି।

ଏହି ନୂଆ କରୋନା ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୩ ଜଣ, ଖୋର୍ଦ୍ଧା ଓ ଢ଼େଙ୍କାନାଳରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, କନ୍ଧମାଳ, କୋରାପୁଟ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଅଛନ୍ତି।