ଝାରସୁଗୁଡ଼ାରେ ପୁଣି ୨୬ କରୋନାରେ ସଂକ୍ରମିତ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୨୬ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୧୫ଜଣ, କର୍ମିରା ବ୍ଲକ ଅଞ୍ଚଳରୁ ୪ଜଣ, ଲଇକେରା ବ୍ଲକରୁ ୩ଜଣ, ବ୍ରଜରାଜନଗର ପୌରାଞ୍ଚଳ, କୋଲାବିରା, ଲଖନପୁର ଓ ଝାରସୁଗୁଡ଼ା ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୮୭କୁ ପହଞ୍ଚିଥିବାବେଳେ ୬,୬୬୨ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୧୯ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।