ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଦିନକୁଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି ଓ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ୩୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬ଜଣ ଓ ସ୍ଥାନୀୟ ସଂକ୍ରମଣ ୨୧ଜଣ ରହିଛନ୍ତି। ଅନ୍ୟପଟେ ୫୩ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
