ଭୁବନେଶ୍ୱରରେ ୩୪ ନୂଆ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୩୦,୫୩୨କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୮ଜଣ ଓ ସ୍ଥାନୀୟ ସଂକ୍ରମଣ ୨୬ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୫୩୨କୁ ବୃଦ୍ଧି ପାଇଛି। ଅନ୍ୟପଟେ ୫୩ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୩୪ ଜଣଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୫୩୨ ହୋଇଥିବାବେଳେ ୨୯ ହଜାର ୭୬୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୦୯ ଜଣଙ୍କର ମୃତ୍ୟୁ ଘଟିଛି ଓ ୫୩୬ ଜଣଙ୍କ ଚିକିତ୍ସା ଜାରି ରହିଛି।