ମୟୂରଭଞ୍ଜରୁ ଆଜି ୪୧ ପଜିଟିଭ ଚିହ୍ନଟ

ବାରିପଦା, ଏନ୍ଏନ୍ଏସ୍: ଆଜି ମୟୂରଭଞ୍ଜ ଜିଲ୍ଲାରୁ ୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨, ୯୪୨ରେ ପହଞ୍ଚିଛି। ସଂକ୍ରମିତମାନଙ୍କ ମଧ୍ୟରୁ କ୍ରିଟିକାଲମାନଙ୍କୁ କୋଭିଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସ୍ୱଳ୍ପ ଓ ଲକ୍ଷଣ ନ ଥିବା ବ୍ୟକ୍ତିମାନଙ୍କୁ ହୋମ ଆଇସୋଲେସନରେ ରଖାଯାଇ ଚିକିତ୍ସା ଯୋଗାଇ ଦିଆଯାଉଛି। ଅନ୍ୟପକ୍ଷରେ ଜିଲ୍ଲାରେ ମୋଟ ୮୧ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।