ସୁସ୍ଥହେଲେ ଆଉ ୬୪୮ କରୋନା ପଜିଟିଭ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୦୭୩୭୪କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୭୬ ଜଣ ସୁସ୍ଥ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୫୧, କଳାହାଣ୍ଡିରୁ ୪୮, କଟକରୁ ୪୦, ସୁନ୍ଦରଗଡରୁ ୩୫, ବଲାଙ୍ଗିରରୁ ୩୪, ପୁରୀରୁ ୩୪, ଜଗତସିଂହପୁରରୁ ୩୨, ବରଗଡରୁ ୩୧, ବାଲେଶ୍ୱରରୁ ୨୯, କେନ୍ଦୁଝରରୁ ୨୫, କେନ୍ଦ୍ରାପଡାରୁ ୨୪, ମୟୁରଭଞ୍ଜରୁ ୨୪, ଢେଙ୍କାନାଳରୁ ୨୩, ନୂଆପଡାରୁ ୨୦, ସମ୍ବଲପୁରରୁ ୨୦, ରାୟଗଡାରୁ ୧୮, ନବରଙ୍ଗପୁରରୁ ୧୩, ବୌଦ୍ଧରୁ ୧୨, ମାଲକାନଗିରିରୁ ୧୦, ଝାରସୁଗୁଡାରୁ ୯, ଗଞ୍ଜାମରୁ ୮, ଭଦ୍ରକରୁ ୬, ଯାଜପୁରରୁ ୪, କନ୍ଧମାଳରୁ ୪, ଦେବଗଡରୁ ୩, ଗଜପତିରୁ ୩, ସୋନପୁରରୁ ୩, କୋରାପୁଟରୁ ୧, ନୟାଗଡାରୁ ୧, ଷ୍ଟେଟପୁଲରୁ ୭ଜଣ ସୁସ୍ଥ ହୋଇଛନ୍ତି।