ଭୁବନେଶ୍ୱର, ଏନ୍ଏନ୍ଏସ୍: କରୋନା ମହାମାରୀ ସମୟରେ ରାଜ୍ୟରେ ରକ୍ତର ଅଭାବ ପୂରଣ କରିବା ଲାଗି ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମକର୍ତ୍ତାଙ୍କୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଲାଗି ଆହ୍ୱାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ଦଳର ରାଜ୍ୟ କାର୍ଯ୍ୟାଳୟ ଠାରେ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୦୦ ୟୁନିଟ୍ ରକ୍ତ ସଂଗ୍ରହ କରା ଯାଇଛି। ଆଜିର ଏହି କାର୍ଯ୍ୟକ୍ରମକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ରାଜେଶରାଜ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ରକ୍ତଭାବ ଦୂର କରିବା ପାଇଁ ଆଗାମୀ ଦିନରେ ରକ୍ତ ସଂଗ୍ରହର ଏହି ଅଭିଯାନକୁ ଏକ ଆନ୍ଦୋଳନରେ ପରିଣତ କରାଯିବ। ଏହାସହ ସଶକ୍ତ ଓଡ଼ିଶା ଗଠନ ଲାଗି ବିଜୁ ଛାତ୍ର ଜନତା ଦଳ ତରଫରୁ ସାମାଜିକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯିବ ବୋଲି ଏହିି ଅବସରରେ ଶ୍ରୀ ସ୍ୱାଇଁ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ସାଙ୍ଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଅଶୋକ ପଣ୍ଡା, ସୁଶାନ୍ତ ସିଂ, ସମୀର ରଞ୍ଜନ ଦାସ, ରଘୁନନ୍ଦନ ଦାସ, ତୁଷାରକାନ୍ତି ବେହେରା, ମୋ ପରିବାର ଆବାହକ ଅରୁପ ପଟ୍ଟନାୟକ, ବିଧାୟକ ପ୍ରଣବ ବଳବନ୍ତରାୟ, ରାଜ୍ୟ ବିଜୁ ଯୁବ ଜନତା ଦଳ ସଭାପତି ବ୍ୟୋମକେଶ ରାୟ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ରାଜ୍ୟ ବିଜୁ ଛାତ୍ର ଜନତା ଦଳ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ, ରମେଶ ବେହେରା, ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ ଏବଂ ବିଜୁ ଯୁବ ଛାତ୍ର ଜନତା ଦଳର ଅନ୍ୟାନ୍ୟ ନେତା ଓ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।