ଝାରସୁଗୁଡ଼ାରେ ଆଉ ୨୧ ନୂଆ କରୋନା ପଜିିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୨୧ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୮ଜଣ, ବ୍ରଜରାଜନଗର ପୌରାଞ୍ଚଳ ଓ କୋଲାବିରା ବ୍ଲକରୁ ୪ଜଣ, ଲଖନପୁର ବ୍ଲକରୁ ୩ଜଣ, ଲଇକେରା ବ୍ଲକ ଅଞ୍ଚଳରୁ ଜଣେ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲାର ଆଉ ଜଣେ ଆକ୍ରାନ୍ତ ବାହାର ଜିଲ୍ଲା ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।

ପ୍ରକାଶଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୭୮ ହୋଇଥିବାବେଳେ ୬,୮୮୧ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୨୩ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।