ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୭ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୬୪୮କୁ ବୃଦ୍ଧି ପାଇଛି। ଅନ୍ୟପଟେ ୫୪ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
