ଭୁବନେଶ୍ୱରରୁ ଆଜି ୪୩ କରୋନା ଆକ୍ରାନ୍ତ ଚିହ୍ନଟ, ୪୬ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଭୁବନେଶ୍ୱରରେ ୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୧୧ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୩୪ ରହିଛି। ସେହିପରି କରୋନାରୁ ଆଜି ୪୬ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।

ଆଜି ସୁଦ୍ଧା ଭୁବନେଶ୍ବରରେ ମୋଟ ୩୦,୬୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୨୯,୯୭୫ଜଣ ସୁସ୍ଥ ହୋଇଛନ୍ତି ଓ ୪୭୭ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା କରୋନା ଆକ୍ରାନ୍ତରେ ୨୧୮ ଜଣଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।