ବିଜେଡିରୁ ବିଦା ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ତାଙ୍କୁ ବହିଷ୍କାର କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ଦଳ ଏହି ପଦକ୍ଷେପ ନେଇଥିବା କହିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ବହିଷ୍କାର କରାଯାଇଥିବା ଦଳୀୟ ପ୍ରେସ୍ ରିଲିଜ୍‌ରେ କୁହାଯାଇଛି। ତେବେ ସେ କି ପ୍ରକାର ଜନ ବିରୋଧୀ କାର୍ଯ୍ୟ କରିଥିଲେ, ସେ ସଂପର୍କରେ ପ୍ରେସ୍ ରିଲିଜ୍‌ରେ କିଛି କୁହାଯାଇନାହିଁ।

ନିକଟରେ ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଅଭୟ ପାଠକଙ୍କ ସହିତ ଶ୍ରୀ ପାଣିପ୍ରାହୀଙ୍କ ସଂପର୍କକୁ ନେଇ ବେଶ୍ ଚର୍ଚ୍ଚା ଚାଲିଛି।