ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୬୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୧୪୦୨୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳ ଜୁଲ୍ଲାରୁ ସର୍ବାଧିକ ୭୩ ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୬୫, ଖୋର୍ଦ୍ଧା ଜିଲ୍ଲାରୁ ୬୦, ମୟୂରଭଞ୍ଜରୁ ୪୪, ନୂଆପଡାରୁ ୩୯, ଝାରସୁଗୁଡାରୁ ୩୬, ବଲାଙ୍ଗିରରୁ ୩୧, କଟକରୁ ୨୯, ଜଗତସିଂହପୁରରୁ ୨୮, କେନ୍ଦୁଝରରୁ ୨୬, ବାଲେଶ୍ୱରରୁ ୨୫, ଭଦ୍ରକରୁ ୨୦, ସମ୍ବଲପୁରରୁ ୧୯, ଗଞ୍ଜାମରୁ ୧୭, କେନ୍ଦ୍ରାପଡାରୁ ୧୭, ପୁରୀରୁ ୧୭, ବରଗଡରୁ ୧୪, ଯାଜପୁରରୁ ୧୪, କଳାହାଣ୍ଡିରୁ ୭, ନୟାଗଡରୁ ୭, ଢେଙ୍କାନାଳରୁ ୬, କୋରାପୁଟରୁ ୬, ଗଜପତିରୁ ୪, ନବରଙ୍ଗପୁରରୁ ୪, ରାୟଗଡାରୁ ୪, ବୌଦ୍ଧରୁ ୩, ଦେବଗଡ଼ରୁ ୩, କନ୍ଧମାଳରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି।