ସ୍ୱେଚ୍ଛାକୃତ ଭାବେ କରୋନା ଟିକା ନେଇଥିବା ମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ: ହରିୟାଣା ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ଭିିଜ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସେ ସିଭିଲ ହସ୍ପିଟାଲ ଅମ୍ବାଲା କେଣ୍ଟରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ ଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଭାରତର ସ୍ୱଦେଶୀ ଟିକା କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ଟ୍ରାଏଲ ବେଳେ ନଭେମ୍ବର ୨୦ରେ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱେଚ୍ଛାକୃତ ଭାବେ ଟିକା ନେଇଥିଲେ।