ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟର ୨୮ଟି ଜଲ୍ଲାରୁ ୩୪୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୮ଜଣ ଓ ସ୍ଥାନୀୟ ସଂକ୍ରମଣ ୧୫୧ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୧ ହଜାର ୯୧୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୪୬, ଖୋର୍ଦ୍ଧାରୁ ୪୪, ଅନୁଗୁଳରୁ ୨୬, ବାଲେଶ୍ୱରରୁ ୨୩, କଟକ ଓ ପୁରୀରୁ ୨୨ ଲେଖାଏଁ, ବରଗଡ଼ ଓ କଳାହାଣ୍ଡିରୁ ୧୯ ଲେଖାଏଁ, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୧୮ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୧ ହଜାର ୯୧୩ରେ ପହଞ୍ଚିଥିବା ବେଳେ ୩ଲକ୍ଷ ୧୬ ହଜାର ୪୪୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୭୮୪ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୬୨୯ ଜଣ ଚିକିତ୍ସିତ ହେଉଛନ୍ତି।