ରାଜଧାନୀରେ ୨୭ ନୂଆ କରୋନା ପଜିଟିଭ ଚିହ୍ନଟ: ୪୫ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ୨୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୯ଜଣ ଓ ସ୍ଥାନୀୟ ସଂକ୍ରମଣ ୧୮ଜଣ ରହିଛନ୍ତି। ଅନ୍ୟପଟେ ୪୫ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୯୮୧ ହୋଇଥିବାବେଳେ ୩୦ ହଜାର ୪୦୪ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୨୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୪୯ ଜଣ ଚିକିତ୍ସିତ ହେଉଛନ୍ତି।