ଅହମ୍ମଦାବାଦ ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ଗାନ୍ଧୀନଗର,ଏଜେନ୍ସି: ଅହମଦାବାଦର ବଟବାସ୍ଥିତ ଜିଆଇଡିସି ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ତିନୋଟି ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।

ଅଗ୍ନିକାଣ୍ଡର ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୪୦ରୁ ଅଧିକ ଗାଡି ନିୟୋଜିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି ମୃତାହତର ସୂଚନା ମିଳିନାହିଁ। ହେଲେ କାରଖାନାରେ ଥିବା କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଏଯାଏଁ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଗତ ମାସରେ ଗୁଜୁରାଟର ରାଜକୋଟ ଜିଲ୍ଲାର ଏକ କୋଭିଡ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ହୋଇଥିଲା। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହାସହ ୧୧ଜଣ ଗୁରୁତର ଭାବେ ଆହତ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ।