ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ହାର କମିବା ଲୋକଙ୍କୁ କିଛିଟା ଆଶ୍ୱସ୍ତି କରିଥିବା ବେଳେ ମୃତ୍ୟୁ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଆଜି ଆଉ ୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ଫଳରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି।
ତେବେ ଏହି ୫ ମୃତକଙ୍କ ମଧ୍ୟରେ ବଲାଙ୍ଗିର, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି।