ଝାରସୁଗୁଡ଼ାରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୭,୨୯୬କୁ ବୃଦ୍ଧି

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୬ଜଣ ଓ ଲଖନପୁର ବ୍ଲକ ଅଞ୍ଚଳରୁ ଜଣେ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡ଼ାର ଆଉ ଜଣେ ବ୍ୟକ୍ତି ବାହାର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ପ୍ରକାଶଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୨୯୬କୁ ପହଞ୍ଚିଥିବାବେଳେ ୭,୧୭୮ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୩ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ଏପର୍ଯ୍ୟନ୍ତ ୨୫ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।