ଭୁବନେଶ୍ୱର, ଏନ୍ଏନ୍ଏସ୍: ଦିନକୁ ଦିନ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । ବିଧାୟକଙ୍କ ଦୁର୍ନୀତି ମାମଲାର ଏବେ ତଦନ୍ତ କରିବ ଭିଜିଲାନ୍ସ। ତଦନ୍ତ ଲାଗି ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ । ଦୁଇମାସ ଭିତରେ ଅର୍ଥାତ ଫେବୃଆରୀ ୧୨ ସୁଦ୍ଧା ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ହୋଇଛି । ଆସନ୍ତା ଫେବୃଆରୀ ୨୧ ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ମୁଖ୍ୟମନ୍ତ୍ରୀଙ୍କ ସୁପାରିସକୁ ଗ୍ରହଣ କରି ଲୋକାୟୁକ୍ତ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗତ ୭ ତାରିଖରେ ଲୋକାୟୁକ୍ତଙ୍କୁ ସୁପାରିସ୍ କରିଥିଲେ ମୁଖ୍ୟମନ୍ତ୍ରୀ। ଲୋକାୟୁକ୍ତ ଜଷ୍ଟିସ ଅଜିତ ସିଂହଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ବିଧାୟକଙ୍କ ଦୁର୍ନୀତି ମାମଲାର ତଦନ୍ତ କରିବାକୁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି।