ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଟଳିଲେ ୩ ଆତଙ୍କବାଦୀ

ଜମ୍ମୁ-କାଶ୍ମୀର, ଏଜେନ୍ସି: ଜମ୍ମୁ- କାଶ୍ମୀର  ପୁଞ୍ଛ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ତିନି ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୁରକ୍ଷା ବାହିନୀର ଏକ ମିଳିତ ଦଳ ପକ୍ଷରୁ ଅପରେସନ ଜାରି ରହିଛି । ସୂଚନା ଅନୁସାରେ, ମୋଗଲ ରୋଡ ଡୁଗ୍ରାନ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିଥିଲା । ଏହାପରେ ସୁରକ୍ଷା ବାହିନୀ ଦ୍ୱାରା ସର୍ଚ୍ଚ ଅପରେସନ କରାଯାଇଥିଲା । ଏହି ସମୟ ମଧ୍ୟରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ଆରମ୍ଭ କରିଥିଲେ । ଏହା ପରେ ସୁରକ୍ଷା ବାହିନୀ ଏହାର ପାଲଟା ଜବାବ ଦେଇଥିଲେ।