ରାଜଧାନୀରେ ୪୧ ପଜିଟିଭ ଚିହ୍ନଟ, ୨୬ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୪ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୧୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୩୦୫୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୨୨୯ଜଣଙ୍କର ମୃତ୍ୟୁ ହୋଇଛି। ୩୪୬ଟି ଆକ୍ଟିଭ କେଶ ରହିଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୨୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।