ବଲାଙ୍ଗିର,ଏନ୍ଏନ୍ଏସ୍: ବଲାଙ୍ଗିର ଫଳ ମାର୍କେଟରେ ଅଗ୍ନିକାଣ୍ଡ ଘଟି ଜଣେ ଆହତ ହୋଇଥିବା ଜଣାପଡିଛି। ଗତ ରାତିରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ପ୍ରାୟ ୫ ଲକ୍ଷ ଟଙ୍କାର କ୍ଷତି ହୋଇଥିବା ଜଣାପଡ଼ିଛି। ଦୋକାନରେ ଶୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ଦମକଳବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ।