ନୟାଗଡ଼, ଏନ୍ଏନ୍ଏସ୍: ନୟାଗଡ଼ ଯଦୁପୁର ନାବାଳିକା ହତ୍ୟା ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ମନ୍ତ୍ରୀ ଅରୁଣ ସାହୁ। ସେ କହିଛନ୍ତି ଯେ, ସତ୍ୟ ଉନ୍ମୋଚନ ହେଉ, ପୀଡ଼ିତା ନ୍ୟାୟ ପାଉ । ଭଗବାନ ଓ ସମସ୍ତଙ୍କ ପାଖରେ ପ୍ରାର୍ଥନା କରୁଛି, ପୀଡ଼ିତା ଅତିଶୀଘ୍ର ନ୍ୟାୟ ପାଉ। ତେବେ ନାବାଳିକା ଘଟଣାରେ ଦୋଷୀକୁ ଧରିବାକୁ ରାଜ୍ୟ ସରକାର ଏସଆଇଟିକୁ ଦାୟିତ୍ୱ ଦେଇଥିଲେ। ଏସଆଇଟି ଏହି ଘଟଣାରେ ସରୋଜ ସେଠୀକୁ ଗିରଫ କରିଛି। କେବଳ ଏତିକି ନୁହେଁ ବରଂ ସରୋଜ ସେଠୀ ହିଁ ମୁଖ୍ୟ ଅଭିଯୁକ୍ତ ବୋଲି ଏସଆଇଟି ଗତକାଲି ପ୍ରେସମିଟରେ କହିଛି। ଅନ୍ୟପକ୍ଷରେ ନୟାଗଡ଼ ଯଦୁପୁର ନାବାଳିକା ହତ୍ୟା ମାମଲାରେ ହାଇକୋର୍ଟରେ ମିସ କେସ ଦାୟର କଲା ଭାରତୀୟ ବିକାଶ ପରିଷଦ। ଏଥିସହ ମାମଲାର ସିବିଆଇ ତଦନ୍ତ ଦାବି ଦୋହରାଇଲା। ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ପଲିଗ୍ରାଫ୍ ଟେଷ୍ଟ ଦାବି ସହ ପ୍ରଥମେ ଓ ଏବେ ଡାକ୍ତରୀ ମାଇନା କରିଥିବା ଡାକ୍ତରଙ୍କ ପଲିଗ୍ରାଫ୍ ଟେଷ୍ଟ ଦାବି କରିଛି ପରିଷଦ।