ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନ ଭୂତାଣୁ ସଂକ୍ରମଣ ଭିତରେ ଜାରି ରହିଛି ମୃତ୍ୟୁ ପ୍ରକ୍ରିୟା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ପୁଣି ରାଜ୍ୟରେ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୮୫୦ରେ ପହଞ୍ଚିଛି।
ଏହି ନୂତନ କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଏବଂ କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି। ଅନ୍ୟପଟେ ଆଜି ରାଜ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।