ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଆଜିର ସୂଚନା ଅନୁସାରେ ମୃତ୍ୟୁ ବରଣ କରିଥିବା ୪ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୫୭କୁ ବୃଦ୍ଧି ପାଇଛି।
ମୃତ୍ୟୁ ବରଣ କରିଥିବା ଏହି ୪ ଜଣଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ ରହିଥିବା ବେଳେ ଭୁବନେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।