କାରାଗାରରେ ବିଚାରାଧୀନ ମାଓବାଦୀର ଆତ୍ମହତ୍ୟା

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ ମାଓବାଦୀ ନିଜ ବେକକୁ ଧାରୁଆ ଅସ୍ତ୍ରରେ କାଟି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମାଓବାଦୀ ଜଣଙ୍କ ହେଉଛି ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ଖଜୁରୀଗୁଡା ଅଞ୍ଚଳର ଦାନୁ ଗୋଲୋରୀ। ଦାନୁ ଗତକାଲି ରାତିରେ ନିଜ ବେକକୁ ଏକ ଧାରୁଆ ଅସ୍ତ୍ରରେ କାଟି ଦେଇଥିଲା। ପରେ ପୁଲିସ ତାକୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରିଥିଲା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।