ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ଆଜି ପୁଣି ୧୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡା ପୌରପରିଷଦରୁ ୪ ଜଣ, ବ୍ରଜାରାଜନଗର ପୌରପରିଷଦରୁ ୨ ଜଣ, ଝାରସୁଗୁଡା ବ୍ଲକରୁ ୪ ଜଣ, ଲଖନପୁର ବ୍ଲକରୁ ୩ ଜଣ, ଲଇକେରା ବ୍ଲକରୁ ଜଣେ, କିର୍ମିରା ବ୍ଲକ ଅଞ୍ଚଳରୁ ଜଣେ ରହିଛନ୍ତି।
ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବାପରେ ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ବେଲପାହାଡ଼ ପୌରପରିଷଦ ଓ କୋଲାବିରା ବ୍ଲକ ଅଞ୍ଚଳରୁ ଜଣେ ହେଲେ ପଜିଟିଭ ଚିହ୍ନଟ ହୋଇ ନଥିବା ଜିଲ୍ଲାପ୍ରଶାସନ ସୂଚନା ଦେଇଛି। ପ୍ରକାଶ ଯୋଗ୍ୟ ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୪ଶହ ୫୮ରେ ପହଞ୍ଚିଥିବା ବେଳେ ୭ ହଜାର ୩ଶହ ୪୦ଜଣ ସୁସ୍ଥ ହୋଇଛନ୍ତି । ୯୨ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ଏପର୍ଯ୍ୟନ୍ତ ୨୬ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।