ଦେଶରେ ନୂଆ ୨୦,୫୫୦ କରୋନା ସଂକ୍ରମିତ ଚିହ୍ନଟ, ୨୮୬ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ଭୂତାଣୁ ସଂକ୍ରମଣ ସ୍ଥିତିରେ ସୁଧାର ହେଉଛି। ଏଥିସହିତ ବର୍ତ୍ତମାନ ସୁଦ୍ଧା ଦେଶରେ ୯୬ ପ୍ରତିଶତରୁ ଅଧିକ କରୋନା ରୋଗୀ ସୁସ୍ଥ ହୋଇସାରିଲେଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୫୫୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୨୮୬ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି।

ଏଥିସହିତ ଦେଶରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୧ କୋଟି ୨ ଲକ୍ଷ ୪୪ ହଜାର ୮୫୩ରେ ପହଞ୍ଚିଛି। ସେଥିରୁ ୯୮ ଲକ୍ଷ ୩୪ ହଜାର ୧୪୧ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୮ ହଜାର ୪୩୯ରେ ପହଞ୍ଚିଥିବା ବେଳେ ୨ ଲକ୍ଷ ୬୨ ହଜାର ୨୭୨ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଅଛନ୍ତି।