ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ: ନୂଆ ପଜିଟିଭ କେସ୍ ୧୯,୦୭୮; ମୃତ ୨୨୪

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ହ୍ରାସ ପାଉଛି ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା। ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୯,୦୭୮ଟି ନୂଆ ପଜିଟିଭ କେସ୍ ସାମ୍ନାକୁ ଆସିଛି। ସେହିପରି ୨୨,୯୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୨୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଆଜିର ରିପୋର୍ଟ ମୁତାବକ ଦେଶରେ ଏହି ସଂକ୍ରମିତକୁ ମିଶାଇ ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୫ ହଜାର ୭୮୮କୁ ବୃଦ୍ଧି ପାଇଛି। ସେଥିରୁ ୨ ଲକ୍ଷ ୫୦ ହଜାର ୧୮୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ ୯୯ ଲକ୍ଷ ୬ ହଜାର ୩୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୨୧୮ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।