ଝାରସୁଗୁଡ଼ାରେ ପୁଣି ୧୩ ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ଆଜି ପୁଣି ୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡା ପୌରପରିଷଦର ୩ ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୨ ଜଣ, ଝାରସୁଗୁଡା ବ୍ଲକରୁ ଜଣେ, ଲଖନପୁର ବ୍ଲକରୁ ୨ ଜଣ ଓ କିର୍ମିରା ବ୍ଲକରୁ ୨ ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ଜିଲ୍ଲାର ଆଉ ୩ ଜଣ ଆକ୍ରାନ୍ତ ବାହାର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ବେଲପାହାଡ ପୌରପରିଷଦ, ଲଇକେରା ଓ କୋଲାବିରା ବ୍ଲକ ଅଞ୍ଚଳରୁ ଜଣେ ହେଲେ ପଜିଟିଭ ଚିହ୍ନଟ ହୋଇ ନଥିବା ଜିଲ୍ଲାପ୍ରଶାସନ ସୂଚନା ଦେଇଛି। ପ୍ରକାଶ ଯୋଗ୍ୟ ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୫ଶହ ୨୩କୁ ପହଂଚିଥିବା ବେଳେ ୭ ହଜାର ୪ଶହ ୦୬ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୧ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ଏପର୍ଯ୍ୟନ୍ତ ୨୬ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।