ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪ରେ ପହଞ୍ଚିଛି। ଏଥିମଧ୍ୟରୁ ୩୧୧୯୩ ଜଣ ସୁସ୍ଥ ହୋଇଥିବା ବେଳେ ୨୪୨ ଜଣଙ୍କର ମୃତ୍ୟୁ ହୋଇଛି। ୨୦୮ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୬ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।
Update on newly detected #COVID19 cases in the last
24 hrs under the BMC area on 3rd Jan (till 9am). pic.twitter.com/r5jeX0FgzJ— BMC (@bmcbbsr) January 3, 2021