ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଟି ଜିଲ୍ଲାରୁ ୨୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୨୧କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅନ୍ୟପଟେ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି।
Covid-19 Report For 6th January, 2021
New Positive Cases : 230
In quarantine: 134
Local contacts: 96(Details of local contacts will be shared by concerned District Administration)
District Wise Cases:
1. Angul: 24
2. Balasore: 10
3. Bargarh: 17
4. Bhadrak: 2— I & PR Department, Odisha (@IPR_Odisha) January 7, 2021