ରାଜ୍ୟରେ ସୁସ୍ଥହେଲେ ଆଉ ୨୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୮୨ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୨୭୨୯୦ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷ୍ୟରୁ ସୂଚନା ଦିଆଯାଇଛି। ଆଜି ବଲାଙ୍ଗିର ଜିଲ୍ଲାରୁ ସର୍ବାଧିକ ୪୦ ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୩୪, ମୟୁରଭଞ୍ଜରୁ ୨୬, ନୂଆପଡ଼ାରୁ ୨୨, ବରଗଡରୁ ୧୮, ଅନୁଗୁଳରୁ ୧୬, ସମ୍ବଲପୁରରୁ ୧୬, ଯାଜପୁରରୁ ୧୪, କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୧୨, କଳାହାଣ୍ଡିରୁ ୮, କଟକରୁ ୭, କେନ୍ଦ୍ରାପଡାରୁ ୬, ନୟାଗଡରୁ ୬, ବୌଦ୍ଧରୁ ୫, ଦେବଗଡ଼ରୁ ୫, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ରାୟଗଡାରୁ ୧, ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି।