ମାନସ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମ ଏବଂ ଲୋକସମ୍ପର୍କ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଉପଦେଷ୍ଟା ଭାବେ ନିଯୁକ୍ତ କରିବା ପରେ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରିଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଶ୍ରୀ ମଙ୍ଗରାଜ ଗଣମାଧ୍ୟମ ଓ ବ୍ୟାପାର ସମ୍ପର୍କରେ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ପରାମର୍ଶ ଦେବା ସହ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଇବାର ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଗଣମାଧ୍ୟମ ସହ ପ୍ରତ୍ୟକ୍ଷ ଭାବେ ସମ୍ପୃକ୍ତ ଥିବା ବିଜେଡିର ଯୁବ ନେତା ତଥା ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର)ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରିଥିଲେ। ତାଙ୍କୁ ଗଣମାଧ୍ୟମ ଏବଂ ଲୋକସମ୍ପର୍କ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଉପଦେଷ୍ଟା ଭାବେ ନିଯୁକ୍ତ କରାଯାଇଛି। ଶ୍ରୀ ମଙ୍ଗରାଜ ଏହାପୂର୍ବରୁ ବିଜୁ ଜନତା ଦଳର ଗଣମାଧ୍ୟମ ସେଲର ନେତୃତ୍ୱ ନେଉଥିଲେ।