ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନାର ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୧୬,୩୧୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଦିନକରେ ୧୯,୨୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆଉ ୧୬୧ ଜଣ ପ୍ରାଣ ହରାଇଛନ୍ତି।
ଏଥିସହିତ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୧୬୦ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୬୬ ହଜାର ୫୯୫କୁ ବୃଦ୍ଧି ପାଇଛି। ସେଥିରୁ ୨ ଲକ୍ଷ ୨୨ ହଜାର ୫୨୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧ କୋଟି ୯୨ ହଜାର ୯୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।